1
ମାଥିଉ 14:30-31
ଓଡିଆ ବାଇବେଲ
ORYIRV
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ । ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ ?
Параўнаць
Даследуйце ମାଥିଉ 14:30-31
2
ମାଥିଉ 14:30
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ ।
Даследуйце ମାଥିଉ 14:30
3
ମାଥିଉ 14:27
କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ ।
Даследуйце ମାଥିଉ 14:27
4
ମାଥିଉ 14:28-29
ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ । ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ ।
Даследуйце ମାଥିଉ 14:28-29
5
ମାଥିଉ 14:33
ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର ।
Даследуйце ମାଥିଉ 14:33
6
ମାଥିଉ 14:16-17
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି ।
Даследуйце ମାଥିଉ 14:16-17
7
ମାଥିଉ 14:18-19
ସେ କହିଲେ, ସେଗୁଡ଼ିକ ଏଠାକୁ ମୋ' ପାଖକୁ ଆଣ । ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ ।
Даследуйце ମାଥିଉ 14:18-19
8
ମାଥିଉ 14:20
ପୁଣି, ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ ।
Даследуйце ମାଥିଉ 14:20