1
ମାଥିଉ 16:24
ଓଡିଆ ବାଇବେଲ
ORYIRV
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।
Параўнаць
Даследуйце ମାଥିଉ 16:24
2
ମାଥିଉ 16:18
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।
Даследуйце ମାଥିଉ 16:18
3
ମାଥିଉ 16:19
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ ।
Даследуйце ମାଥିଉ 16:19
4
ମାଥିଉ 16:25
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ ।
Даследуйце ମାଥିଉ 16:25
5
ମାଥିଉ 16:26
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ ?
Даследуйце ମାଥିଉ 16:26
6
ମାଥିଉ 16:15-16
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର ।
Даследуйце ମାଥିଉ 16:15-16
7
ମାଥିଉ 16:17
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
Даследуйце ମାଥିଉ 16:17