1
ମାଥିଉ 18:20
ଓଡିଆ ବାଇବେଲ
ORYIRV
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
Параўнаць
Даследуйце ମାଥିଉ 18:20
2
ମାଥିଉ 18:19
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
Даследуйце ମାଥିଉ 18:19
3
ମାଥିଉ 18:2-3
ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।
Даследуйце ମାଥିଉ 18:2-3
4
ମାଥିଉ 18:4
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ ।
Даследуйце ମାଥିଉ 18:4
5
ମାଥିଉ 18:5
ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ
Даследуйце ମାଥିଉ 18:5
6
ମାଥିଉ 18:18
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ ।
Даследуйце ମାଥିଉ 18:18
7
ମାଥିଉ 18:35
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
Даследуйце ମାଥିଉ 18:35
8
ମାଥିଉ 18:6
କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
Даследуйце ମାଥିଉ 18:6
9
ମାଥିଉ 18:12
ତୁମ୍ଭେମାନେ କ'ଣ ମନେ କଲ ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କ'ଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ ?
Даследуйце ମାଥିଉ 18:12