1
ମାଥିଉ 19:26
ଓଡିଆ ବାଇବେଲ
ORYIRV
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।
Параўнаць
Даследуйце ମାଥିଉ 19:26
2
ମାଥିଉ 19:6
ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି । ଅତଏବ ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ ।
Даследуйце ମାଥିଉ 19:6
3
ମାଥିଉ 19:4-5
ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ, ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ?
Даследуйце ମାଥିଉ 19:4-5
4
ମାଥିଉ 19:14
କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
Даследуйце ମାଥିଉ 19:14
5
ମାଥିଉ 19:30
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
Даследуйце ମାଥିଉ 19:30
6
ମାଥିଉ 19:29
ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ ।
Даследуйце ମାଥିଉ 19:29
7
ମାଥିଉ 19:21
ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Даследуйце ମାଥିଉ 19:21
8
ମାଥିଉ 19:17
ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର ।
Даследуйце ମାଥିଉ 19:17
9
ମାଥିଉ 19:24
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ ।
Даследуйце ମାଥିଉ 19:24
10
ମାଥିଉ 19:9
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ ।
Даследуйце ମାଥିଉ 19:9
11
ମାଥିଉ 19:23
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ।
Даследуйце ମାଥିଉ 19:23