ପରେ ଯୀଶୁ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ । ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ଭଙ୍ଗା ରୁଟି ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ ।