ହବକ୍‍କୂକ 3

3
ହବକ୍‍କୂକଙ୍କ ପ୍ରାର୍ଥନା
1ହବକ୍‍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍। 2ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର। 3ପରମେଶ୍ୱର ତୈମନ୍‍ରୁ#3:3 ତୈମନ୍‍ରୁ ତୈମନ ଇଦୋମ ଦେଶର ଏକ ଜିଲ୍ଲା ଥିଲା ଯାହା ଯିହୁଦାର ଦକ୍ଷିଣ ଭାଗରେ ଅବସ୍ଥିତ ଥିଲା ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା। 4ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ। 5ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା। 6ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା। 7ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା। 8ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ ? 9ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ। 10ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ#3:10 ହସ୍ତ କିମ୍ବା ଲହରୀ ଉଚ୍ଚକୁ ଉଠାଇଲା। 11ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ। 12ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ। 13ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା। 14ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ#3:14 ମସ୍ତକ ଅର୍ଥାତ୍ ନେତୃତ୍ଵକାରୀଗଣ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା। 15ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ। 16ମୁଁ ଶୁଣିଲି ଓ ମୋ’ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ’ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
ହବକ୍‍କୂକ ପରମେଶ୍ୱରଙ୍କଠାରେ ଉଲ୍ଲସିତ
17କାରଣ ଯଦ୍ୟପି ଡିମ୍ବିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ; 18ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି। 19ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ।

Цяпер абрана:

ହବକ୍‍କୂକ 3: ORYIRV

Пазнака

Капіяваць

Параўнаць

Падзяліцца

None

Хочаце, каб вашыя адзнакі былі захаваны на ўсіх вашых прыладах? Зарэгіструйцеся або ўвайдзіце