ଯିଖରୀୟ 2
2
ଦର୍ଶନ - ପରିମାପକ ରଜ୍ଜୁ
1ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। 2ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି ?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।” 3ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, 4ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।” 5କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।” 6“ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି। 7ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।” 8କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋ’ର#2:8 ମୋ’ର କିମ୍ବା ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।” 9ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। 10“ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି। 11“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। 12ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। 13ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।
Цяпер абрана:
ଯିଖରୀୟ 2: ORYIRV
Пазнака
Капіяваць
Параўнаць
Падзяліцца
Хочаце, каб вашыя адзнакі былі захаваны на ўсіх вашых прыладах? Зарэгіструйцеся або ўвайдзіце
© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0