ଯିଖରୀୟ 5

5
ଦର୍ଶନ - ଉଡ଼ନ୍ତା ନଳାକାର ପୁସ୍ତକ
1ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ। 2ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।” 3ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।” 4ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”
ଦର୍ଶନ - ଐଫା ପାତ୍ର ମଧ୍ୟରେ ସ୍ତ୍ରୀ
5ଏଉତ୍ତାରେ ମୋ’ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଉର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଅାସୁଅଛି, ତାହା କଅଣ ?” 6ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।” 7ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି। 8ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ। 9ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ। 10ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?” 11ଏଥିରେ ସେ ମୋତେ କହିଲେ, “ଶିନୀୟର#5:11 ଶିନୀୟର ଅର୍ଥାତ୍ ବାବିଲ ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”

Цяпер абрана:

ଯିଖରୀୟ 5: ORYIRV

Пазнака

Капіяваць

Параўнаць

Падзяліцца

None

Хочаце, каб вашыя адзнакі былі захаваны на ўсіх вашых прыладах? Зарэгіструйцеся або ўвайдзіце