1
୨ ଥେସଲନୀକୀୟ 2:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ।
Compare
Explore ୨ ଥେସଲନୀକୀୟ 2:3
2
୨ ଥେସଲନୀକୀୟ 2:13
କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି
Explore ୨ ଥେସଲନୀକୀୟ 2:13
3
୨ ଥେସଲନୀକୀୟ 2:4
ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ।
Explore ୨ ଥେସଲନୀକୀୟ 2:4
4
୨ ଥେସଲନୀକୀୟ 2:16-17
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ଵର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନ; ସାନ୍ତ୍ଵନା ଓ ଉତ୍ତମ ଭରସା ଦେଇଅଛନ୍ତି, ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ଵନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।
Explore ୨ ଥେସଲନୀକୀୟ 2:16-17
5
୨ ଥେସଲନୀକୀୟ 2:11
ଆଉ, ଏଥିସକାଶେ ସେମାନେ ଯେପରି ମିଥ୍ୟାରେ ବିଶ୍ଵାସ କରନ୍ତି, ସେଥିନିମନ୍ତେ ଈଶ୍ଵର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପ୍ରେରଣ କରନ୍ତି
Explore ୨ ଥେସଲନୀକୀୟ 2:11
6
୨ ଥେସଲନୀକୀୟ 2:9-10
ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମର ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, କାରଣ ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ସେମାନେ ସତ୍ୟ ପ୍ରତି ଶ୍ରଦ୍ଧାଭାବ ବହି ନାହାନ୍ତି।
Explore ୨ ଥେସଲନୀକୀୟ 2:9-10
7
୨ ଥେସଲନୀକୀୟ 2:7
କାରଣ ଅଧର୍ମର ନିଗୂଢ଼ତତ୍ତ୍ଵ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ଦୂରୀକୃତ ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।
Explore ୨ ଥେସଲନୀକୀୟ 2:7