1
ଯାତ୍ରା ପୁସ୍ତକ 6:6
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
Compare
Explore ଯାତ୍ରା ପୁସ୍ତକ 6:6
2
ଯାତ୍ରା ପୁସ୍ତକ 6:7
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।
Explore ଯାତ୍ରା ପୁସ୍ତକ 6:7
3
ଯାତ୍ରା ପୁସ୍ତକ 6:8-9
ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ। ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
Explore ଯାତ୍ରା ପୁସ୍ତକ 6:8-9
4
ଯାତ୍ରା ପୁସ୍ତକ 6:1
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।
Explore ଯାତ୍ରା ପୁସ୍ତକ 6:1
Home
Bible
Plans
Videos