1
ଯିଶାଇୟ 40:29
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସେ କ୍ଳା; ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
Compare
Explore ଯିଶାଇୟ 40:29
2
ଯିଶାଇୟ 40:30-31
ତରୁଣମାନେ ହେଁ କ୍ଳା; ଓ ଶ୍ରା; ହେବେ, ପୁଣି ଯୁବକମାନେ ନିତା; ପଡ଼ିଯିବେ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରା; ନ ହୋଇ ଦୌଡ଼ିବେ; ସେମାନେ କ୍ଳା; ନ ହୋଇ ଗମନ କରିବେ।
Explore ଯିଶାଇୟ 40:30-31
3
ଯିଶାଇୟ 40:28
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।
Explore ଯିଶାଇୟ 40:28
4
ଯିଶାଇୟ 40:3
ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର।
Explore ଯିଶାଇୟ 40:3
5
ଯିଶାଇୟ 40:8
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।
Explore ଯିଶାଇୟ 40:8
6
ଯିଶାଇୟ 40:5
ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
Explore ଯିଶାଇୟ 40:5
7
ଯିଶାଇୟ 40:4
ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ
Explore ଯିଶାଇୟ 40:4
8
ଯିଶାଇୟ 40:11
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।
Explore ଯିଶାଇୟ 40:11
9
ଯିଶାଇୟ 40:26
ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Explore ଯିଶାଇୟ 40:26
10
ଯିଶାଇୟ 40:22
ସେ ଭୂମଣ୍ତଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ଵରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ତଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ଵୁ ତୁଲ୍ୟ ତାହା ବିସ୍ତାରନ୍ତି
Explore ଯିଶାଇୟ 40:22
11
ଯିଶାଇୟ 40:2
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।
Explore ଯିଶାଇୟ 40:2
12
ଯିଶାଇୟ 40:6-7
ଏକ ଜଣର ରବ କହେ, ପ୍ରଚାର କର, ତହିଁରେ ଜଣେ କହିଲା, କଅଣ ପ୍ରଚାର କରିବା? ମର୍ତ୍ତ୍ୟ ମାତ୍ର ତୃଣ ସ୍ଵରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ; ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ଵାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ଵରୂପ।
Explore ଯିଶାଇୟ 40:6-7
13
ଯିଶାଇୟ 40:10
ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ଵ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଅଗ୍ରେ ତାହାଙ୍କର ପ୍ରତିଫଳ ଅଛି।
Explore ଯିଶାଇୟ 40:10
14
ଯିଶାଇୟ 40:1
ମୋʼ ଲୋକମାନଙ୍କୁ ସାନ୍ତ୍ଵନା କର, ସାନ୍ତ୍ଵନା କର, ତୁମ୍ଭମାନଙ୍କ ପରମେଶ୍ଵର ଏହା କହନ୍ତି।
Explore ଯିଶାଇୟ 40:1
15
ଯିଶାଇୟ 40:12-14
କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି? ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି? ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା?
Explore ଯିଶାଇୟ 40:12-14