1
ଯିଶାଇୟ 41:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Compare
Explore ଯିଶାଇୟ 41:10
2
ଯିଶାଇୟ 41:13
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।
Explore ଯିଶାଇୟ 41:13
3
ଯିଶାଇୟ 41:11
ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେସମସ୍ତେ ଲଜ୍ଜିତ ଓ ଘାବରା ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।
Explore ଯିଶାଇୟ 41:11
4
ଯିଶାଇୟ 41:9
ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ଵାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ
Explore ଯିଶାଇୟ 41:9
5
ଯିଶାଇୟ 41:12
ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ଵେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ।
Explore ଯିଶାଇୟ 41:12
6
ଯିଶାଇୟ 41:14
ହେ କୀଟ ସ୍ଵରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ଵରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Explore ଯିଶାଇୟ 41:14
7
ଯିଶାଇୟ 41:8
ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ
Explore ଯିଶାଇୟ 41:8
8
ଯିଶାଇୟ 41:18
ଆମ୍ଭେ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ନଦନଦୀ କରିବା ଓ ସମସ୍ଥଳୀ ମଧ୍ୟରେ ନିର୍ଝରମାନ ଫିଟାଇବା; ଆମ୍ଭେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଜଳ-ନିର୍ଝର କରିବା।
Explore ଯିଶାଇୟ 41:18
9
ଯିଶାଇୟ 41:17
ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ଵେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ଵା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ଵର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Explore ଯିଶାଇୟ 41:17
10
ଯିଶାଇୟ 41:4
ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ଵାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ ।
Explore ଯିଶାଇୟ 41:4
11
ଯିଶାଇୟ 41:19-20
ଆମ୍ଭେ ପ୍ରାନ୍ତରରେ ଏରସ, ବବୁର୍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା; ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ଵରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।
Explore ଯିଶାଇୟ 41:19-20