ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା;
ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ , ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।