1
ଯିଶାଇୟ 51:12
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟ ସନ୍ତାନକୁ ଭୟ କରୁଅଛ
Compare
Explore ଯିଶାଇୟ 51:12
2
ଯିଶାଇୟ 51:16
ପୁଣି, ଆକାଶମଣ୍ତଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ
Explore ଯିଶାଇୟ 51:16
3
ଯିଶାଇୟ 51:7
ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Explore ଯିଶାଇୟ 51:7
4
ଯିଶାଇୟ 51:3
କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ଵନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ଵନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକି ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତଧ୍ଵନି ତହିଁ ମଧ୍ୟରେ ହେବ।
Explore ଯିଶାଇୟ 51:3
5
ଯିଶାଇୟ 51:11
ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇଯିବ।
Explore ଯିଶାଇୟ 51:11