କାରଣ ଯେ ଅନ; କାଳନିବାସୀ, ଯାହାଙ୍କର ନାମ ଧର୍ମମୟ, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; ଆମ୍ଭେ ଊର୍ଦ୍ଧ୍ଵ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।