ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକ- ମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର-ମୁକ୍ତ ହେବାର କଥା ପ୍ରଚାର କରିବାକୁ;
ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ଵନା କରିବାକୁ;
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।