1
ଯିଶାଇୟ 65:24
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Compare
Explore ଯିଶାଇୟ 65:24
2
ଯିଶାଇୟ 65:17
କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
Explore ଯିଶାଇୟ 65:17
3
ଯିଶାଇୟ 65:23
ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।
Explore ଯିଶାଇୟ 65:23
4
ଯିଶାଇୟ 65:22
ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳଯାଏ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
Explore ଯିଶାଇୟ 65:22
5
ଯିଶାଇୟ 65:20
ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
Explore ଯିଶାଇୟ 65:20
6
ଯିଶାଇୟ 65:25
କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।
Explore ଯିଶାଇୟ 65:25
7
ଯିଶାଇୟ 65:19
ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶଦ୍ଦ, କିଅବା କ୍ରନ୍ଦନର ଶଦ୍ଦ ଆଉ ଶୁଣାଯିବ ନାହିଁ।
Explore ଯିଶାଇୟ 65:19