ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ପନ୍ନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।