1
ଯିହୋଶୂୟ 1:9
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସଙ୍ଗୀ ହେବେ।
Compare
Explore ଯିହୋଶୂୟ 1:9
2
ଯିହୋଶୂୟ 1:8
ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
Explore ଯିହୋଶୂୟ 1:8
3
ଯିହୋଶୂୟ 1:7
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
Explore ଯିହୋଶୂୟ 1:7
4
ଯିହୋଶୂୟ 1:5
ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Explore ଯିହୋଶୂୟ 1:5
5
ଯିହୋଶୂୟ 1:6
ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
Explore ଯିହୋଶୂୟ 1:6
6
ଯିହୋଶୂୟ 1:3
ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
Explore ଯିହୋଶୂୟ 1:3
7
ଯିହୋଶୂୟ 1:2
ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।
Explore ଯିହୋଶୂୟ 1:2
8
ଯିହୋଶୂୟ 1:1
ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ, ଆମ୍ଭର ସେବକ ମୋଶା ମରିଅଛି
Explore ଯିହୋଶୂୟ 1:1
9
ଯିହୋଶୂୟ 1:4
ପ୍ରାନ୍ତର ଓ ଏହି ଲିବାନୋନ୍ଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Explore ଯିହୋଶୂୟ 1:4
10
ଯିହୋଶୂୟ 1:18
ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ତ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।
Explore ଯିହୋଶୂୟ 1:18
11
ଯିହୋଶୂୟ 1:11
ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ-ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।
Explore ଯିହୋଶୂୟ 1:11