1
ଯିହୋଶୂୟ 10:13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
Compare
Explore ଯିହୋଶୂୟ 10:13
2
ଯିହୋଶୂୟ 10:12
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବିୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।
Explore ଯିହୋଶୂୟ 10:12
3
ଯିହୋଶୂୟ 10:14
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
Explore ଯିହୋଶୂୟ 10:14
4
ଯିହୋଶୂୟ 10:8
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ ।
Explore ଯିହୋଶୂୟ 10:8
5
ଯିହୋଶୂୟ 10:25
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।
Explore ଯିହୋଶୂୟ 10:25