1
ଯିହୋଶୂୟ 14:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେ ସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
Compare
Explore ଯିହୋଶୂୟ 14:11
2
ଯିହୋଶୂୟ 14:12
ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।
Explore ଯିହୋଶୂୟ 14:12
3
ଯିହୋଶୂୟ 14:10
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ୍ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ଚାରିକୋଡ଼ି ପାଞ୍ଚ ବର୍ଷ ବୟସ୍କ ହୋଇଅଛି।
Explore ଯିହୋଶୂୟ 14:10