1
ଯିହୋଶୂୟ 2:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି।
Compare
Explore ଯିହୋଶୂୟ 2:11
2
ଯିହୋଶୂୟ 2:10
କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସମୁଦ୍ରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ୍ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ବର୍ଜିତ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ
Explore ଯିହୋଶୂୟ 2:10
3
ଯିହୋଶୂୟ 2:8-9
ଆଉ ଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା, ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Explore ଯିହୋଶୂୟ 2:8-9