ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।