ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,
ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।
କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସୂଫ ସମୁଦ୍ର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ