1
ଯିହୋଶୂୟ 5:15
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।
Compare
Explore ଯିହୋଶୂୟ 5:15
2
ଯିହୋଶୂୟ 5:14
ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?
Explore ଯିହୋଶୂୟ 5:14
3
ଯିହୋଶୂୟ 5:13
ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍ଗହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?
Explore ଯିହୋଶୂୟ 5:13