1
ଯିହୋଶୂୟ 6:2
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା-ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।
Compare
Explore ଯିହୋଶୂୟ 6:2
2
ଯିହୋଶୂୟ 6:5
ଏଥିରେ ଯେତେବେଳେ ସେମାନେ ମହାଶଦ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ଵନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶଦ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ଵନିରେ ଜୟଧ୍ଵନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।
Explore ଯିହୋଶୂୟ 6:5
3
ଯିହୋଶୂୟ 6:3
ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।
Explore ଯିହୋଶୂୟ 6:3
4
ଯିହୋଶୂୟ 6:4
ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ
Explore ଯିହୋଶୂୟ 6:4
5
ଯିହୋଶୂୟ 6:1
(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲା ନାହିଁ ଓ କେହି ଭିତରକୁ ଆସିଲା ନାହିଁ ) ଯିହୋ.୨:୧
Explore ଯିହୋଶୂୟ 6:1
6
ଯିହୋଶୂୟ 6:16
ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, ଜୟଧ୍ଵନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।
Explore ଯିହୋଶୂୟ 6:16
7
ଯିହୋଶୂୟ 6:17
ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଦୂତମାନଙ୍କୁ ଲୁଚାଇ ରଖିଥିଲା।
Explore ଯିହୋଶୂୟ 6:17