1
ମାଥିଉ 19:26
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ସମସ୍ତ ସାଧ୍ୟ।
Compare
Explore ମାଥିଉ 19:26
2
ମାଥିଉ 19:6
ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ।
Explore ମାଥିଉ 19:6
3
ମାଥିଉ 19:4-5
ସେ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ, ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?
Explore ମାଥିଉ 19:4-5
4
ମାଥିଉ 19:14
କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋʼ ନିକଟକୁ ଆସିବାକୁ ମନା କର ନାହିଁ, କାରଣ ସ୍ଵର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
Explore ମାଥିଉ 19:14
5
ମାଥିଉ 19:30
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।
Explore ମାଥିଉ 19:30
6
ମାଥିଉ 19:29
ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭ୍ରାତା କି ଭଗ୍ନୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି ଅନ; ଜୀବନର ଅଧିକାରୀ ହେବ।
Explore ମାଥିଉ 19:29
7
ମାଥିଉ 19:21
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Explore ମାଥିଉ 19:21
8
ମାଥିଉ 19:17
ଯୀଶୁ ତାଙ୍କୁ କହିଲେ, ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।
Explore ମାଥିଉ 19:17
9
ମାଥିଉ 19:24
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।
Explore ମାଥିଉ 19:24
10
ମାଥିଉ 19:9
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।
Explore ମାଥିଉ 19:9
11
ମାଥିଉ 19:23
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ।
Explore ମାଥିଉ 19:23