1
ମାଥିଉ 23:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।
Compare
Explore ମାଥିଉ 23:11
2
ମାଥିଉ 23:12
ଆଉ, ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେକେହି ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
Explore ମାଥିଉ 23:12
3
ମାଥିଉ 23:23
ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ଵାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।
Explore ମାଥିଉ 23:23
4
ମାଥିଉ 23:25
ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
Explore ମାଥିଉ 23:25
5
ମାଥିଉ 23:37
ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀ-ମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Explore ମାଥିଉ 23:37
6
ମାଥିଉ 23:28
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।
Explore ମାଥିଉ 23:28