1
ମାଥିଉ 26:41
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।
Compare
Explore ମାଥିଉ 26:41
2
ମାଥିଉ 26:38
ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋʼ ସାଙ୍ଗରେ ଜାଗିଥାଅ।
Explore ମାଥିଉ 26:38
3
ମାଥିଉ 26:39
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇ ପାରେ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।
Explore ମାଥିଉ 26:39
4
ମାଥିଉ 26:28
କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାପକ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
Explore ମାଥିଉ 26:28
5
ମାଥିଉ 26:26
ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର ।
Explore ମାଥିଉ 26:26
6
ମାଥିଉ 26:27
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, ଏଥିରୁ ସମସ୍ତେ ପାନ କର
Explore ମାଥିଉ 26:27
7
ମାଥିଉ 26:40
ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ତୁମ୍ଭେମାନେ କି ମୋʼ ସାଙ୍ଗରେ ଦଣ୍ତେ ହେଲେ ଜାଗି ପାରିଲ ନାହିଁ?
Explore ମାଥିଉ 26:40
8
ମାଥିଉ 26:29
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।
Explore ମାଥିଉ 26:29
9
ମାଥିଉ 26:75
ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ।
Explore ମାଥିଉ 26:75
10
ମାଥିଉ 26:46
ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।
Explore ମାଥିଉ 26:46
11
ମାଥିଉ 26:52
ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁନର୍ବାର ସ୍ଵସ୍ଥାନରେ ରଖ, କାରଣ ଯେଉଁମାନେ ଖଡ଼୍ଗ ଧାରଣ କରନ୍ତି, ସେସମସ୍ତେ ଖଡ଼୍ଗ ଦ୍ଵାରା ବିନଷ୍ଟ ହେବେ।
Explore ମାଥିଉ 26:52