1
ମାଥିଉ 27:46
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
Compare
Explore ମାଥିଉ 27:46
2
ମାଥିଉ 27:51-52
ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, ପୁଣି ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା
Explore ମାଥିଉ 27:51-52
3
ମାଥିଉ 27:50
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚ ସ୍ଵରରେ ଡାକି ପ୍ରାଣତ୍ୟାଗ କଲେ।
Explore ମାଥିଉ 27:50
4
ମାଥିଉ 27:54
ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ।
Explore ମାଥିଉ 27:54
5
ମାଥିଉ 27:45
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
Explore ମାଥିଉ 27:45
6
ମାଥିଉ 27:22-23
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ। ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Explore ମାଥିଉ 27:22-23