1
ଫିଲିପ୍ପୀୟ 4:6
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ।
Compare
Explore ଫିଲିପ୍ପୀୟ 4:6
2
ଫିଲିପ୍ପୀୟ 4:7
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
Explore ଫିଲିପ୍ପୀୟ 4:7
3
ଫିଲିପ୍ପୀୟ 4:8
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
Explore ଫିଲିପ୍ପୀୟ 4:8
4
ଫିଲିପ୍ପୀୟ 4:13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।
Explore ଫିଲିପ୍ପୀୟ 4:13
5
ଫିଲିପ୍ପୀୟ 4:4
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Explore ଫିଲିପ୍ପୀୟ 4:4
6
ଫିଲିପ୍ପୀୟ 4:19
ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
Explore ଫିଲିପ୍ପୀୟ 4:19
7
ଫିଲିପ୍ପୀୟ 4:9
ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Explore ଫିଲିପ୍ପୀୟ 4:9
8
ଫିଲିପ୍ପୀୟ 4:5
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।
Explore ଫିଲିପ୍ପୀୟ 4:5
9
ଫିଲିପ୍ପୀୟ 4:12
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।
Explore ଫିଲିପ୍ପୀୟ 4:12
10
ଫିଲିପ୍ପୀୟ 4:11
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
Explore ଫିଲିପ୍ପୀୟ 4:11