1
ଗୀତସଂହିତା 40:1-2
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ। ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
Compare
Explore ଗୀତସଂହିତା 40:1-2
2
ଗୀତସଂହିତା 40:3
ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ।
Explore ଗୀତସଂହିତା 40:3
3
ଗୀତସଂହିତା 40:4
ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
Explore ଗୀତସଂହିତା 40:4
4
ଗୀତସଂହିତା 40:8
ହେ ମୋହର ପରମେଶ୍ଵର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।
Explore ଗୀତସଂହିତା 40:8
5
ଗୀତସଂହିତା 40:11
ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
Explore ଗୀତସଂହିତା 40:11