1
ଗୀତସଂହିତା 90:12
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
Compare
Explore ଗୀତସଂହିତା 90:12
2
ଗୀତସଂହିତା 90:17
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
Explore ଗୀତସଂହିତା 90:17
3
ଗୀତସଂହିତା 90:14
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
Explore ଗୀତସଂହିତା 90:14
4
ଗୀତସଂହିତା 90:2
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ।
Explore ଗୀତସଂହିତା 90:2
5
ଗୀତସଂହିତା 90:1
ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
Explore ଗୀତସଂହିତା 90:1
6
ଗୀତସଂହିତା 90:4
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
Explore ଗୀତସଂହିତା 90:4