1
ଗୀତସଂହିତା 91:2
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ଵର, ମୁଁ ତାହାଙ୍କଠାରେ ନିର୍ଭର ରଖେ।
Compare
Explore ଗୀତସଂହିତା 91:2
2
ଗୀତସଂହିତା 91:1
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Explore ଗୀତସଂହିତା 91:1
3
ଗୀତସଂହିତା 91:15
ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Explore ଗୀତସଂହିତା 91:15
4
ଗୀତସଂହିତା 91:11
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
Explore ଗୀତସଂହିତା 91:11
5
ଗୀତସଂହିତା 91:4
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ।
Explore ଗୀତସଂହିତା 91:4
6
ଗୀତସଂହିତା 91:9-10
କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ। ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ଵୁ ନିକଟକୁ ଆସିବ ନାହିଁ।
Explore ଗୀତସଂହିତା 91:9-10
7
ଗୀତସଂହିତା 91:3
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
Explore ଗୀତସଂହିତା 91:3
8
ଗୀତସଂହିତା 91:7
ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।
Explore ଗୀତସଂହିତା 91:7
9
ଗୀତସଂହିତା 91:5-6
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର, ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
Explore ଗୀତସଂହିତା 91:5-6