1
ପ୍ରଥମ ବଂଶାବଳୀ 29:11
ଓଡିଆ ବାଇବେଲ
ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
Compare
Explore ପ୍ରଥମ ବଂଶାବଳୀ 29:11
2
ପ୍ରଥମ ବଂଶାବଳୀ 29:12
ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
Explore ପ୍ରଥମ ବଂଶାବଳୀ 29:12
3
ପ୍ରଥମ ବଂଶାବଳୀ 29:14
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
Explore ପ୍ରଥମ ବଂଶାବଳୀ 29:14
4
ପ୍ରଥମ ବଂଶାବଳୀ 29:13
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
Explore ପ୍ରଥମ ବଂଶାବଳୀ 29:13
5
ପ୍ରଥମ ବଂଶାବଳୀ 29:10
ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
Explore ପ୍ରଥମ ବଂଶାବଳୀ 29:10
YouVersion uses cookies to personalize your experience. By using our website, you accept our use of cookies as described in our Privacy Policy
Home
Bible
Plans
Videos