ସଦାପ୍ରଭୁ ଏହି କଥା କହନ୍ତି,
“ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ
ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ;
କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି
ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି,
ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,
ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି