ସଦାପ୍ରଭୁ କହନ୍ତି,
“ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ
ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ,
ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ,
ଆଉ ଉପପର୍ବତସକଳ ତରଳି ଯିବେ।
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ
ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ;
ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।