ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ। ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।