1
ଦାନିୟେଲ 6:10
ଓଡିଆ ବାଇବେଲ
ORYIRV
ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Compare
Explore ଦାନିୟେଲ 6:10
2
ଦାନିୟେଲ 6:22
ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
Explore ଦାନିୟେଲ 6:22
3
ଦାନିୟେଲ 6:26-27
ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ। ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
Explore ଦାନିୟେଲ 6:26-27
4
ଦାନିୟେଲ 6:16
ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।
Explore ଦାନିୟେଲ 6:16