ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର; ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।