1
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:29
ଓଡିଆ ବାଇବେଲ
ORYIRV
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
Compare
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:29
2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:31
ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:31
3
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:24
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:24
4
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:9
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:9
5
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:39
ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:39
6
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:7
ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି ?
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:7
7
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:30
ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:30
8
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:2
ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:2