ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର, ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ, ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।