1
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:9
ଓଡିଆ ବାଇବେଲ
ORYIRV
ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
Compare
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:9
2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:6
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:6
3
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:8
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:8
4
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:7
ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:7
5
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:14
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:14