1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:21-22
ଓଡିଆ ବାଇବେଲ
ORYIRV
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ଯାତ୍ରା କଲେ; ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:21-22
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:17
ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:17
3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:18
ଏହେତୁ ପରମେଶ୍ୱର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେ ଓ ଇସ୍ରାଏଲ ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:18