1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25
ଓଡିଆ ବାଇବେଲ
ORYIRV
ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି, ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:23
ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:23
3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:10
ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:10
4
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:9
ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:9
5
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:5
ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:5
6
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:11-12
କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:11-12