ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା; ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।