1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:32
ଓଡିଆ ବାଇବେଲ
ORYIRV
ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; “ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:32
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:20
ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:20
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:31
ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:31
4
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:23
ପ୍ରଭୁ, ସଦାପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି ? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ ?
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:23
5
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:21
ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:21
6
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:9
ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।”
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:9