1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:11
ଓଡିଆ ବାଇବେଲ
ORYIRV
ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:11
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:7
ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:7
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:9
ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:9
4
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:6
ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:6
5
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:5
ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା’ନ୍ତା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:5