ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା। ତହିଁରେ ମୁଁ ନିରୀକ୍ଷଣ କଲି, ଆଉ ଦେଖ, ସେହିସବୁ ଅସ୍ଥି ଉପରେ ପେଶୀରଜ୍ଜୁ ହେଲା ଓ ମାଂସ ଉତ୍ପନ୍ନ ହେଲା, ପୁଣି, ଚର୍ମ ସେହି ସବୁକୁ ଆଚ୍ଛାଦନ କଲା; ମାତ୍ର ସେହି ସବୁର ମଧ୍ୟରେ ପ୍ରାଣବାୟୁ ନ ଥିଲା।