1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:4-5
ଓଡିଆ ବାଇବେଲ
ORYIRV
ଆହୁରି, ତୁମ୍ଭେ ଆପଣା ବାମ ପାର୍ଶ୍ୱରେ ଶୟନ କରି ଇସ୍ରାଏଲ ବଂଶର ଅଧର୍ମ ତହିଁ ଉପରେ ରଖ, ତୁମ୍ଭେ ତହିଁ ଉପରେ ଶୟନ କରିବା ଦିନର ସଂଖ୍ୟାନୁସାରେ ସେମାନଙ୍କର ଅଧର୍ମ ବୋହିବ। କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:4-5
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:6
ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:6
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:9
ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 4:9